କେଶଦୁରପାଳ : ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଘସିପୁରା ଥାନା ଅନ୍ତର୍ଗତ ଜଳନଣ୍ଡା ଗ୍ରାମର ଜଗବନ୍ଧୁ ନାଇକ (୬୨) ଆଜି ସକାଳେ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଅସାବଧାନତା ବଶତଃ ଗୋଡ଼ ଖସି ବୁଡିଯାଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ପ୍ରଥମେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘସିପୁରା ପୁଲିସ ମେଡିକାଲରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛିI
News & Entertainment
Comments
Post a Comment